ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୩୦୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, କଳାହାଣ୍ଡି ଜିଲ୍ଲାରୁ ୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୧ ଜଣ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୬୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୮ ହଜାର ୪୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୫ ହଜାର ୫୦୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୪୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୩୦୯କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3C5B5ls