ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୨୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

 

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୨ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୬୧ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୧୪୨୫୧ଜଣ ଚିହ୍ନଟ ହୋଇଥିବା ବେଳେ ୧୦୯୬୫୬ ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୩୫୪୬ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୨୮ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

The post ଭୁବନେଶ୍ବରରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/3mtTtOo