ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୨୨,୪୩୧ ଥିବା ବେଳେ ମୃତ୍ୟୁସଂଖ୍ୟା ୩୧୮ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୨,୪୩୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୧୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୮,୯୪,୩୧୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୧୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୪୯,୮୫୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୪,୬୦୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୨,୦୦,୨୫୮।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୪୪,୧୯୮।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୨,୬୩,୬୮,୬୦୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୩,୦୯,୫୨୫ଟିକା।
from କରୋନା | Sambad https://ift.tt/2YsXLgr
0 Comments