ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୫ ହଜାରରୁ ଯଥେଷ୍ଟ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨ ଶହରୁ କିଛି ଅଧିକ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୮୨୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୨୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୦୧,୭୪୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୨୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୧,୧୮୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୨,୮୪୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୩,୪୨,୯୦୧।

Image Courtesy of NDTV

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୦୭,୬୫୩।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୬,୪୩,୭୯,୨୧୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୦,୬୩,୮୪୫ ଟିକା।
‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୧୨ ତାରିଖ ସୁଦ୍ଧା ସମୁଦାୟ ୫୮,୬୩,୬୩, ୪୪୨ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୩,୨୫,୩୯୯।

The post ୨୪ ଘଣ୍ଟାରେ ଭାରତରେ ୧୫,୮୨୩ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୨୬ first appeared on Sambad.

from କରୋନା | Sambad https://ift.tt/3lzWkG8