ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୨୦,୭୯୯ ଥିବା ବେଳେ ମୃତ୍ୟୁସଂଖ୍ୟା ୧୮୦ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୭୯୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୮୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୮,୩୪,୭୦୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୮୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୪୮,୯୯୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୬,୭୧୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୧,୨୧,୨୪୭।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୬୪,୪୫୮।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୦,୭୯,୩୨,୮୬୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୦,୭୯,୩୨,୮୬୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୩,୪୬,୧୭୬ ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୩ ସୁଦ୍ଧା ସମୁଦାୟ ୫୭,୪୨,୫୨,୪୦୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୯,୯୧,୬୭୬ଟି ନମୁନା।
The post ୨୪ ଘଣ୍ଟାରେ ଭାରତରେ ୨୦,୭୯୯ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୧୮୦ first appeared on Sambad.from କରୋନା | Sambad https://ift.tt/3l8Yexa
0 Comments