ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୫୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୧୩ ଜଣ, ଭଦ୍ରକରୁ ୮ ଜଣ, ବରଗଡ଼ରୁ ୩ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୫ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୭ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୧୩ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୧୮୬ ଜଣ, କୋରାପୁଟରୁ ୨ ଜଣ, ମୟୁରଭଞ୍ଜରୁ ୧୧ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୪ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ ପୁଲରୁ ୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୪ ହଜାର ୬୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୧ ହଜାର ୧୮୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୧୧୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 

The post ୪୭ ଶିଶୁ ଓ କିଶୋରଙ୍କ ସମେତ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୩୫୮ କରୋନା ପଜିଟିଭ୍ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/3p5qbbF