ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଅନୁଗଳ ଜିଲ୍ଲାରୁ ୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଓ ପୁରୀ ଜିଲ୍ଲାରୁ ଜଣେ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୯୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୫ ହଜାର ୦୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୮୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୫ ହଜାର ୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୧ ହଜାର ୭୪୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୯୯୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3me2xYZ

Post a Comment

0 Comments