ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୫ ହଜାରରୁ କମ୍ ଥିବା ବେଳେ ମୃତ୍ୟୁସଂଖ୍ୟା ୨ ଶହରୁ କିଛି ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୪,୩୫୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୩୪ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୭,୯୧,୦୬୧ ଓ ମୃତ୍ୟୁସଂଖ୍ୟା ୪,୪୮,୫୭୩ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୫,୪୫୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୩୦,୬୮,୫୯୯ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୭୩,୮୮୯।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଦେଶବ୍ୟାପୀ ଟିକାକରଣ ଅଭିଯାନରେ ଏଯାବତ୍ ସମୁଦାୟ ୮୯.୭୪ କୋଟି ଟିକା ଦିଆ ସରିଲାଣି। ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୯,୭୪,୮୧,୫୫୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୯,୩୩,୫୫୪ ଡୋଜ୍ ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୧ ତାରିଖ ସୁଦ୍ଧା ସମୁଦାୟ ୫୭,୧୯,୯୪,୯୯୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୨୯,୨୫୮ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୪,୩୫୪ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୩୪ first appeared on Sambad.
from କରୋନା | Sambad https://ift.tt/3B5cHjh
0 Comments