ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ କିଛି କମ୍‌ ଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ରୁ ବହୁତ ଅଧିକ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୯୦୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୬୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୭୫,୪୬୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୫୬୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୪,୨୬୯ରେ ପହଞ୍ଚିଛି।

Image Courtesy of India TV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬,୪୭୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୫,୪୮,୬୦୫।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୨,୫୯୪।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୦୨.୧୦ କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୩ ତାରିଖ ସୁଦ୍ଧା ସମୁଦାୟ ୫୯,୯୭,୭୧,୩୨୦ କୋଟି ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୩,୪୦,୧୫୮ଟି ନମୁନା।

The post ୨୪ ଘଣ୍ଟାରେ ଭାରତରେ ୧୫,୯୦୬ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୫୬୧ first appeared on Sambad.

from କରୋନା | Sambad https://ift.tt/3jwf4F0