ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧୮ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୨ ଶହରୁ କିଛି ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୩୪୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୬୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୮,୫୩,୦୪୮ ଓ ମୃତ୍ୟୁସଂଖ୍ୟା ୪,୪୯,୨୬୦ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୯,୬୩୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୩୧,୫୦,୮୮୬ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୫୨,୯୦୨।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୧.୫୦କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୪ ତାରିଖ ସୁଦ୍ଧା ସମୁଦାୟ ୫୭,୫୩,୯୪,୦୪୨ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୧,୪୧,୬୪୨ଟି ନମୁନା।
The post ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୩୪୬ କରୋନା ଆକ୍ରାନ୍ତ ଚିହ୍ନଟ, ୨୬୩ ମୃତ first appeared on Sambad.from କରୋନା | Sambad https://ift.tt/3ovD3HN
0 Comments