
ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ ମହାମାରୀରୁ ସୁସ୍ଥ ୪୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ସର୍ବାଧିକ ୨୦୭ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୨୧୮ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୩୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଂଜରୁ ୩୧, ବାଲେଶ୍ୱରରୁ ୨୬, ପୁରୀରୁ ୧୭, ଯାଜପୁରରୁ ୧୬, ଜଗତସିଂହପୁରରୁ ୧୪, ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୯, କେନ୍ଦ୍ରାପଡ଼ାରୁ ୮ ଓ ନୟାଗଡ଼ରୁ ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସେହିପରି ଢେଙ୍କାନାଳରୁ ୩, ଦେବଗଡ଼, ଗଂଜାମ, ଝାରସୁଗୁଡ଼ା, କୋରାପୁଟରୁ ୨ ଜଣ ଲେଖାଏଁ, ଅନୁଗୁଳ ୧, କଳାହାଣ୍ଡି, କେନ୍ଦୁଝର, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୪୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୪୬୯ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୭ first appeared on Sambad.from କରୋନା | Sambad https://ift.tt/3BA5WXg
0 Comments