ଭୁବନେଶ୍ବର: ଗତକାଲି ଅପେକ୍ଷା ଆଜି ରାଜ୍ୟ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୬୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

 

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮୪ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୩ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୧୪୦୧୮ଜଣ ଚିହ୍ନଟ ହୋଇଥିବା ବେଳେ ୧୦୯୪୭୪ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୩୪୯୫ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୨୮ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

The post ଗତକାଲି ଅପେକ୍ଷା ଆଜି ରାଜଧାନୀରେ ବୃଦ୍ଧି ପା‌ଇଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା first appeared on Sambad.

from କରୋନା | Sambad https://ift.tt/3lkoc16