ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱରରୁ ୫ ଜଣ, ଭଦ୍ରକରୁ ୩ ଜଣ, କଟକରୁ ୫୪ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୮ ଜଣ, ଗଜପତିରୁ ୫ ଜଣ, ଜଗତସିଂହପୁରରୁ ୯ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୫୦ ଜଣ, ମୟୂରଭଞ୍ଜରୁ ୧୯ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୧୫ ଜଣ, ସମ୍ୱଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୧ ହଜାର ୪୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୮ ହଜାର ୬୯୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୩୪୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୪୮୮ କରୋନା ପଜିଟିଭ୍ ଚିହ୍ନଟ, ୭୭ ଜଣ ଶିଶୁ ଓ କିଶୋର ସଂକ୍ରମିତ first appeared on Sambad.

from କରୋନା | Sambad https://ift.tt/3GNECb5