
ଭୁବନେଶ୍ବର : ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୨ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ । କ୍ବାରାଣ୍ଟାଇନରୁ ୩୮୦ ଜଣ ଚିହ୍ନଟ ହୋଇଥିବାବେଳେ ୨୭୨ ଜଣ ସ୍ଥାନୀୟ ସଂକ୍ରମିତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି ।
ଚିହ୍ନଟ ହୋଇଥିବା ୬୫୨ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ୧୯ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୭ ଜଣ, କଟକରୁ ୭୦ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଜପତି ଓ ଗଞ୍ଜାମରୁ ୬ ଜଣ ଲେଖାଏଁ, ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡ଼ାରୁ ୨୬ ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୨୯ ଜଣ, ନୟାଗଡ଼ରୁ ୬ ଜଣ, ମାଲକାନଗିରିରୁ ୨ ଜଣ, ମୟୁରଭଞ୍ଜରୁ ୨୯ ଜଣ, ନୟାଗଡ଼ରୁ ୬ ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୩୧,୬୯୬ ଜଣ ପଜିଟିଭ ଚିହ୍ନଟ ହେଲେଣି । ଏମାନଙ୍କ ଭିତରୁ ୧୦,୧୮,୩୧୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୦୮୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ରାଜ୍ୟରେ ୬୫୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୧ ଜଣ first appeared on Sambad.
from କରୋନା | Sambad https://ift.tt/3Do2Tlp
0 Comments