ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୭ଶହରୁ ଅଧିକ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୧୫୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ  ୭୩୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୨,୩୧,୮୦୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୭୩୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୬,୩୮୬ରେ ପହଞ୍ଚିଛି।

Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୦୯୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୬,୧୪,୪୩୪।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୬୦,୯୮୯। ୨୪୩ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ସଂକ୍ରମଣ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୪,୦୪,୯୯,୮୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।  ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୪୯,୦୯,୨୫୪ ଡୋଜ୍‌ ଟିକା।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୮ ତାରିଖ ସୁଦ୍ଧା ସମୁଦାୟ ୬୦,୪୪,୯୮,୪୦୫ କୋଟି  ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୨,୯୦,୯୦୦ଟି ନମୁନା।

The post ୨୪ ଘଣ୍ଟାରେ ଭାରତରେ ୧୬,୧୫୬ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୭୩୩ first appeared on Sambad.

from କରୋନା | Sambad https://ift.tt/3mlcu6L