
ଭୁବନେଶ୍ୱର: ରାଜ୍ୟରେ କରୋନା ଭାଇରସ୍ ମହାମାରୀରୁ ୫୨୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୧୧୬ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୫୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଭଦ୍ରକରୁ ୪୩, ମୟୂରଭଂଜରୁ ୨୬, ଯାଜପୁରରୁ ୨୦, ଜଗତସିଂହପୁରରୁ ୧୯, ବାଲେଶ୍ୱରରୁ ୧୬, ପୁରୀ, ସମ୍ବଲପୁରରୁ ୧୩-୧୩, ସୁନ୍ଦରଗଡ଼ରୁ ୯ ଓ କେନ୍ଦ୍ରାପଡ଼ାରୁ ୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସେହିପରି ଅନୁଗୁଳ ଜିଲ୍ଲାରେ ୫, ଗଂଜାମ, ଝାରସୁଗୁଡ଼ା, କେନ୍ଦୁଝରରେ ୪ ଜଣ ଲେଖାଏଁ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନୟାଗଡ଼, ରାୟଗଡ଼ା, ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ, ବରଗଡ଼, ବୌଦ୍ଧ, ଦେବଗଡ଼, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୫୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।
The post ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୫୨୨ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ first appeared on Sambad.from କରୋନା | Sambad https://ift.tt/2YAiAXV
0 Comments