ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୩ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୬୦୦ ପାଖାପାଖି ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୪୫୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ  ୫୮୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୨,୧୫,୬୫୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୫୮୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୫,୬୫୩ରେ ପହଞ୍ଚିଛି।

Image Courtesy of The Financial Express

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୦୨୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୫,୯୭,୩୩୯।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୬୨,୬୬୧। ୨୪୨ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ସଂକ୍ରମଣ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୩,୫୩,୨୫,୫୭୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।  ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୫୫,୮୯,୧୨୪ ଡୋଜ୍‌ ଟିକା।

ପ୍ରାପ୍ତ ସୂଚନା ଅନୁସାରେ, ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ହୋଇଥିବା ସମୁଦାୟ ସଦ୍ୟ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୮୧.୭୭% ହେଉଛନ୍ତି ୫ଟି ପ୍ରଦେଶର। ଏଥିରେ ୫୩.୨୫% ପାଇଁ ଏକା କେରଳ ଦାୟୀ।

The post ୨୪ ଘଣ୍ଟାରେ ଭାରତରେ ୧୩,୪୫୧ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୫୮୫ first appeared on Sambad.

from କରୋନା | Sambad https://ift.tt/3pEIlkO