
ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ ମହାମାରୀରୁ ୫୯୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ୨୮୬ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୩୧୧ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବାଲେଶ୍ୱରରୁ ୨୮, ଜଗତସିଂହପୁରରୁ ୨୭, ଯାଜପୁରରୁ ୨୪, ମୟୂରଭଂଜରୁ ୨୩, ପୁରୀରୁ ୧୬, ସମ୍ବଲପୁରରୁ ୧୨, ସୁନ୍ଦରଗଡ଼ରୁ ୭, ଢେଙ୍କାନାଳ, ଝାରସୁଗୁଡ଼ାରୁ ୬-୬ ଜଣ ସୁସ୍ଥ ହୋଇଛନ୍ତି।
ସେହିପରି ଗଂଜାମ, କୋରାପୁଟରୁ ୪-୪, କେନ୍ଦ୍ରାପଡ଼ାରୁ ୩, ବରଗଡ଼, କେନ୍ଦୁଝର, ନୟାଗଡ଼ରୁ ୨-୨ ଜଣ, କନ୍ଧମାଳ, ମାଲକାନଗିରିରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୬୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୫୯୭ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୬ first appeared on Sambad.from କରୋନା | Sambad https://ift.tt/3lnBpWW
0 Comments