ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୩୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨ ଜଣ, ବାଲେଶ୍ୱରରୁ ୯୧୬ ଜଣ, ଭଦ୍ରକରୁ ୧ ଜଣ, ବରଗଡ଼ରୁ ୨ ଜଣ, କଟକରୁ ୬୩ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, ଖୋର୍ଦ୍ଧାରୁ ୧୬୭ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୬ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୧୫ ଜଣ, ସମ୍ୱଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୨ ଜଣ ଓ ଷ୍ଟେଟ ପୁଲରୁ ୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୮, ୩୬୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୫, ୦୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୦୭୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୪୦୭ ସଂକ୍ରମିତ ଚିହ୍ନଟ: ୧୮ରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ୍ first appeared on Sambad.

from କରୋନା | Sambad https://ift.tt/3l4JP59