ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୨୭୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ ଓ ଭୁବନେଶ୍ୱରରୁ ଦୁଇଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ନବରଙ୍ଗପୁର ଜିଲ୍ଲାର ତିନି ପୁରୁଷ ମୃତକଙ୍କର ବୟସ ଯଥାକ୍ରମେ ୭୦, ୪୦ ଓ ୫୩ ବର୍ଷ। ଏଣେ ଭୁବନେଶ୍ୱରର ମୃତକଙ୍କ ଭିତରେ ଅଛନ୍ତି ଜଣେ ୭୦ ବର୍ଷୀୟା ମହିଳା ଏବଂ ଜଣେ ୫୧ ବର୍ଷୀୟା ମହିଳା।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୪ ହଜାର ୨୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୦ ହଜାର ୬୪୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୨୯୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୨୭୯କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3aLJ8HX