
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୪ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ସାଢ଼େ ୫ ଶହ ପାଖାପାଖି ଅଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୩୧୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୪୯ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୨,୬୦,୪୭୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୮୦୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୭,୭୪୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩,୩୧୩ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୬,୪୧,୧୭୫।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୬୧,୫୫୫।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୫,୪୩,୧୩,୯୭୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୫୬,୯୧,୧୭୫ ଡୋଜ୍ ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୯ ତାରିଖ ସୁଦ୍ଧା ସମୁଦାୟ ୬୦,୭୦,୬୨,୬୯୧ କୋଟି ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୧,୭୬,୮୫୦ଟି ନମୁନା।
The post ୨୪ ଘଣ୍ଟାରେ ଭାରତରେ ୧୪,୩୧୩ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୫୪୯ first appeared on Sambad.from କରୋନା | Sambad https://ift.tt/2ZzRPTw
0 Comments