
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୨ ହଜାରରୁ ଯଥେଷ୍ଟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨୫୦ରୁ ଅଧିକ ଅଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୫୧୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୫୧ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୨,୮୫,୮୧୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୫୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୮,୪୩୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୭୧୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୬,୬୮,୫୬୦।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୫୮,୮୧୭। ଗତ ୨୪୮ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ସଂକ୍ରମଣ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୬,୩୧,୨୪,୨୦୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୩୧ ତାରିଖ ସୁଦ୍ଧା ସମୁଦାୟ ୬୦,୯୨,୦୧,୧୯୪ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୮,୮୧,୩୭୯ଟି ନମୁନା।
The post ୨୪ ଘଣ୍ଟାରେ ଭାରତରେ ୧୨,୫୧୪ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୫୧ first appeared on Sambad.from କରୋନା | Sambad https://ift.tt/3EwofgW
0 Comments