ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ କିଛି ଥିବା ବେଳେ ମୃତ୍ୟୁସଂଖ୍ୟା ୧୫୦ରୁ କମ୍‌ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୧୪୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୪୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୬୭,୭୧୯ରେ ପହଞ୍ଚିଛି।

Image Courtesy of Opoyi

ଗତ ୨୪ ଘଣ୍ଟାରେ ହୋଇଥିବା ୧୪୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୨,୧୨୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୭୮୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୪,୧୯,୭୪୯।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୯୫,୮୪୬।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୭,୬୫,୮୯,୫୪୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୧,୨୦,୭୭୨ ଟିକା।

The post ୨୪ ଘଣ୍ଟାରେ ଭାରତରେ ୧୪,୧୪୬ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୧୪୪ first appeared on Sambad.

from କରୋନା | Sambad https://ift.tt/3FTNDyJ