
ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ୍ ମହାମାରୀରୁ ୪୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ୮୫ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୪୨୨ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଂଜରୁ ୨୮, ଜଗତସିଂହପୁରରୁ ୧୭, ଯାଜପୁର, ପୁରୀରୁ ୧୫-୧୫ ଜଣ, କେନ୍ଦ୍ରାପଡ଼ାରୁ ୧୪, ବାଲେଶ୍ୱରରୁ ୧୩, ସମ୍ବଲପୁର, ସୁନ୍ଦରଗଡ଼ରୁ ୯-୯ ଜଣ ଓ ଢେଙ୍କାନାଳରୁ ୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।
ସେହିପରି ଭଦ୍ରକ, ଗଂଜାମ, ନୟାଗଡ଼ରୁ ୩-୩ ଜଣ, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦୁଝର, ନବରଂଗପୁରରୁ ୨-୨ ଜଣ, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୫୭୩ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୦ first appeared on Sambad.from କରୋନା | Sambad https://ift.tt/3G2sz9n
0 Comments