ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ ମହାମାରୀରୁ ୫୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ସର୍ବାଧିକ ୨୫୦ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୭୬୪ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଜଗତସିଂହପୁରରୁ ୨୮, ମୟୂରଭଂଜରୁ ୨୬, ବାଲେଶ୍ୱରରୁ ୨୫, ପୁରୀରୁ ୨୦, ସମ୍ବଲପୁରରୁ ୧୮, ଯାଜପୁରରୁ ୧୫, ସୁନ୍ଦରଗଡ଼ରୁ ୯, ଅନୁଗୁଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି।

ସେହିପରି ଦେବଗଡ଼, ନୟାଗଡ଼ରୁ ୩-୩, ବରଗଡ଼, ଭଦ୍ରକ, ଗଜପତି, ଗଂଜାମ, କେନ୍ଦୁଝର, କୋରାପୁଟ, ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଝାରସୁଗୁଡ଼ା, କନ୍ଧମାଳ, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୫୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୫୪୬ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୦ first appeared on Sambad.

from କରୋନା | Sambad https://ift.tt/3oTGLv6