ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୬ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୧୩ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୩୭ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୬ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୦୫ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୧୦ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ ପୁଲରୁ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୯୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୫ ହଜାର ୦୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୮୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୪୪୧ କରୋନା ପଜିଟିଭ୍ ଚିହ୍ନଟ, ୭୫ ଜଣ ଶିଶୁ ଓ କିଶୋର ସଂକ୍ରମିତ first appeared on Sambad.

from କରୋନା | Sambad https://ift.tt/3EcmV2L