ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୫ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ରୁ ୫ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୬୭ ଜଣ, ଢେଙ୍କାନାଳରୁ ୬ ଜଣ, ଗଞ୍ଜାମରୁ ୧୦ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୭ ଜଣ, ଖୋର୍ଦ୍ଧାରୁ ୨୨୧ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୧୬ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୪ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୪ ହଜାର ୨୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୦ ହଜାର ୬୪୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୨୯୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ୬୬ ଶିଶୁ ଓ କିଶୋରଙ୍କ ସମେତ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୪୬୭ କରୋନା ପଜିଟିଭ୍ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/2YV49Og