ନୂଆଦିଲ୍ଲୀ: ୨୩୮ଦିନ ପରେ ଚିହ୍ନଟ ହେଲେ ସବୁଠୁ କମ କରୋନା ଆକ୍ରାନ୍ତ। ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୨ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩୦୦ରୁ ଅଧିକ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୪୨୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୫୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୨,୦୨,୨୦୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୫୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୫,୦୬୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫,୯୫୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୫,୮୩,୩୧୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୬୩,୮୧୬। ୨୩୮ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ସଂକ୍ରମଣ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୨,୯୪,୦୧,୧୧୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୬୪,୭୫,୭୩୩ ଡୋଜ୍‌ ଟିକା।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୪ ତାରିଖ ସୁଦ୍ଧା ସମୁଦାୟ ୬୦,୧୯,୦୧,୫୪୩ କୋଟି ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୧,୩୧,୮୨୬ଟି ନମୁନା।

The post ୨୩୮ଦିନ ପରେ ଚିହ୍ନଟ ହେଲେ ସବୁଠୁ କମ କରୋନା ଆକ୍ରାନ୍ତ, ଦେଶରେ ୨୪ଘଣ୍ଟାରେ ୧୨,୪୨୮କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/3vKfhti