ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ୍ ମହାମାରୀରୁ ୪୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୬୯୭ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୩୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୧୯, ଜଗତସିଂହପୁର, ସମ୍ବଲପୁରରୁ ୧୮-୧୮, ବାଲେଶ୍ୱରରୁ ୧୨, ଢେଙ୍କାନାଳ, ଯାଜପୁର, ମୟୂରଭଂଜରୁ ୧୦ ଜଣ ଲେଖାଏଁ, ରାୟଗଡ଼ାରୁ ୯ ଓ ଗଜପତିରୁ ୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀରୁ ୫ ଜଣ ଲେଖାଏଁ, ଅନୁଗୁଳ, ବରଗଡ଼ରୁ ୪-୪ ଜଣ, ଗଂଜାମ, କନ୍ଧମାଳରୁ ୩ ଜଣ ଲେଖାଏଁ, ଦେବଗଡ଼, ନୂଆପଡ଼ାରୁ ୨-୨, ବଲାଙ୍ଗୀର, କୋରାପୁଟ, ନୟାଗଡ଼, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୬୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୪୯୦ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ first appeared on Sambad.from କରୋନା | Sambad https://ift.tt/3w1EsaJ
0 Comments