ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୦ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱରରୁ ୧୨ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୫୦ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୬ ଜଣ, ଜଗତସିଂହପୁରରୁ ୯ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, ଖୋର୍ଦ୍ଧାରୁ ୨୯୬ ଜଣ, କେରାପୁଟରୁ ୩ଜଣ,  ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୧୦ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ଜଣେ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ ପୁଲରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୯ ହଜାର ୮୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୬ ହଜାର ୭୭୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୬୭୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ରାଜ୍ୟରେ ଗତ ୨୪ଘଣ୍ଟାରେ ୫୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/3betDbX