
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 28th October
New Positive Cases: 365
Of which 0-18 years: 56
In quarantine: 212
Local contacts: 153(Details of local contacts will be shared by concerned District)
1. Angul: 1
2. Balasore: 2
3. Bargarh: 1
4. Bhadrak: 7
5. Cuttack: 34
6. Deogarh: 6— I & PR Department, Odisha (@IPR_Odisha) October 29, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୨ ଜଣ, ଭଦ୍ରକରୁ ୭ ଜଣ, ବରଗଡ଼ରୁ ୧ ଜଣ, କଟକରୁ ୩୪ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୧୩ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨୦ ଜଣ, ଖୋର୍ଦ୍ଧାରୁ ୧୫୭ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୨୩ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୧୦ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୦ ହଜାର ୫୯୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୭ ହଜାର ୬୫୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୬୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
from କରୋନା | Sambad https://ift.tt/3bmHHQK
0 Comments