
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 2nd October
New Positive Cases: 528
Of which 0-18 years: 73
In quarantine: 310
Local contacts: 218(Details of local contacts will be shared by concerned Dist Administration)
District Wise Cases:
1. Angul: 1
2. Balasore: 9
3. Bargarh: 2
4. Bhadrak: 6— I & PR Department, Odisha (@IPR_Odisha) October 3, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୯ ଜଣ, ଭଦ୍ରକରୁ ୬ ଜଣ, ବରଗଡ଼ରୁ ୨ ଜଣ, କଟକରୁ ୬୯ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ଖୋର୍ଦ୍ଧାରୁ ୨୪୩ ଜଣ, ମୟୁରଭଞ୍ଜରୁ ୩୧ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୭ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୭, ୯୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୪, ୪୧୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୨୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
from କରୋନା | Sambad https://ift.tt/3D3Pj6z
0 Comments