
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୭ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୧୨ ଜଣ, ଭଦ୍ରକରୁ ୭ ଜଣ, ବରଗଡ଼ରୁ ୩ ଜଣ, ବୌଦ୍ଧରୁ ଜଣେ, କଟକରୁ ୭୨ ଜଣ, ଢ଼େଙ୍କାନାଳରୁ ଜଣେ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୮ଜଣ, ଯାଜପୁରରୁ ୯ଜଣ, ଝାରସୁଗୁଡ଼ାରୁ ୨ଜଣ, କେନ୍ଦ୍ରାପଡ଼ାରୁ ୧୦ଜଣ, କେନ୍ଦୁଝରରୁ ୩ଜଣ, କୋରାପୁଟରୁ ୪ଜଣ, ମୟୁରଭଞ୍ଜରୁ ୨୮ଜଣ, ନୟାଗଡ଼ରୁ ୩ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୫ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୯ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
Covid-19 Report For 12th October
New Positive Cases: 615
Of which 0-18 years: 68
In quarantine: 357
Local contacts: 258(Details of local contacts will be shared by concerned Dist Administration)
1. Angul: 4
2. Balasore: 12
3. Bargarh: 3
4. Bhadrak: 7
5. Boudh: 1— I & PR Department, Odisha (@IPR_Odisha) October 13, 2021
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୩ ହଜାର ୨୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୧୯ ହଜାର ୭୬୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୨୦୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ୬୮ ଶିଶୁ ଓ କିଶୋରଙ୍କ ସମେତ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୧୫ କରୋନା ପଜିଟିଭ୍ ଚିହ୍ନଟ first appeared on Sambad.from କରୋନା | Sambad https://ift.tt/3iSL1qU
0 Comments