ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮ ହଜାରରୁ ସାମାନ୍ୟ ଥିବା ବେଳେ ମୃତ୍ୟୁସଂଖ୍ୟା ୨ ଶହରୁ କମ୍‌ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୧୩୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୯୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୯,୭୧,୬୦୭ରେ ପହଞ୍ଚିଛି।

Image Courtesy of A Grade News

ଗତ ୨୪ ଘଣ୍ଟାରେ ହୋଇଥିବା ୧୯୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୦,୭୮୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୧,୫୬୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୨,୯୩,୪୭୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୨୭,୩୪୭।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୫,୧୯,୮୪,୩୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

The post ୨୪ ଘଣ୍ଟାରେ ଭାରତରେ ୧୮,୧୩୨ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୧୯୩ first appeared on Sambad.

from କରୋନା | Sambad https://ift.tt/3asH73A