ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮ ହଜାରରୁ ଯଥେଷ୍ଟ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨ ଶହରୁ କିଛି ଅଧିକ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୯୮୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୪୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୨୦,୭୩୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୨୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୧,୪୩୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୮୦୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୩,୬୨,୭୦୯।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୦୬,୫୮୬।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୬,୮୨,୨୦,୯୯୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୫,୬୬,୩୪୭ ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୧୩ ତାରିଖ ସୁଦ୍ଧା ସମୁଦାୟ ୫୮,୭୬,୬୪, ୫୨୫ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୩,୦୧,୦୮୩।
The post ୨୪ ଘଣ୍ଟାରେ ଭାରତରେ ୧୮,୯୮୭ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୪୬ first appeared on Sambad.from କରୋନା | Sambad https://ift.tt/3AHPOS9
0 Comments