
ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ୍ ମହାମାରୀରୁ ୫୩୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ୨୮୩ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୧୮୦ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନ ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଂଜରୁ ୨୨, ଜଗତସିଂହପୁର, ପୁରୀରୁ ୨୦-୨୦, ବାଲେଶ୍ୱରରୁ ୧୬, ଯାଜପୁରରୁ ୧୪, ସମ୍ବଲପୁର, ସୁନ୍ଦରଗଡ଼ରୁ ୮-୮, କେନ୍ଦ୍ରାପଡ଼ା ଓ ନୟାଗଡ଼ରୁ ୭ ଜଣ ଲେଖାଏଁ କରୋନାରୁ ସୁସ୍ଥ ହୋଇଛନ୍ତି।
ସେହିପରି କଳାହାଣ୍ଡି ଜିଲ୍ଲାରୁ ୫, ଗଂଜାମରୁ ୩, ଦେବଗଡ଼ରୁ ୨, ବରଗଡ଼, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦୁଝର, କୋରାପୁଟ, ନୂଆପଡ଼ା, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୬୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୫୩୫ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ first appeared on Sambad.from କରୋନା | Sambad https://ift.tt/3FTBytw
0 Comments