
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୩ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧ ଶହରୁ କମ୍ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୦୫୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୬୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୯୪,୩୭୩ରେ ପହଞ୍ଚିଛି।
India reports 13,058 new COVID cases (lowest in 231 days), 19,470 recoveries& 164 deaths in last 24 hrs as per Health Ministry
Total cases: 3,40,94,373
Active cases: 1,83,118 (lowest in 227 days)
Total recoveries: 3,34,58,801
Death toll: 4,52,454Total Vaccination: 98,67,69,411 pic.twitter.com/Ep6ZPnkshZ
— ANI (@ANI) October 19, 2021
ଗତ ୨୪ ଘଣ୍ଟାରେ ହୋଇଥିବା ୧୬୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୨,୪୫୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୪୭୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୪,୫୮,୮୦୧।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୮୩,୧୧୮।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୮,୬୭,୬୯,୪୧୧ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
The post ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩,୦୫୮ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.from କରୋନା | Sambad https://ift.tt/3DSrWx5
0 Comments