ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ୍‌ ମହାମାରୀରୁ ୪୯୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ୨୪୩ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୭୭୪ରେ ପହଂଚିଛି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ୧୬, ବାଲେଶ୍ୱରରୁ ୧୩, ମୟୂରଭଂଜରୁ ୧୨, ଯାଜପୁର, ସୁନ୍ଦରଗଡ଼ରୁ ୧୧-୧୧ ଜଣ, ଭଦ୍ରକ, ବଲାଙ୍ଗୀର ଓ କେନ୍ଦ୍ରାପଡ଼ାରୁ ୮ ଜଣ ଲେଖାଏଁ କରୋନରୁ ସୁସ୍ଥ ହୋଇଛନ୍ତି।

ସେହିପରି ନବରଂଗପୁର, ନୟାଗଡ଼ରୁ ୪-୪, ଅନୁଗୁଳ, ଗଂଜାମରୁ ୨ ଜଣ ଲେଖାଏଁ, ବରଗଡ଼, କୋରାପୁଟରୁ ୨-୨, ଦେବଗଡ଼, କଳାହାଣ୍ଡି, କେନ୍ଦୁଝର, ମୟୂରଭଂଜରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୫୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୪୯୭ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ first appeared on Sambad.

from କରୋନା | Sambad https://ift.tt/3mhiwFs