ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ୍‌ ମହାମାରୀରୁ ୫୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ସର୍ବାଧିକ ୨୪୧ ଜଣ ଅଛନ୍ତି।  ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୨୫୦ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୬୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ମୟୂରଭଂଜରୁ ୨୯, କେନ୍ଦ୍ରାପଡ଼ାରୁ ୨୬, ବାଲେଶ୍ୱରରୁ ୧୯, ଜଗତସିଂହପୁର, ଯାଜପୁରରୁ ୧୪-୧୪, ପୁରୀରୁ ୧୧, ସମ୍ବଲପୁର, ସୁନ୍ଦରଗଡ଼ରୁ ୧୦-୧୦ ଓ ଭଦ୍ରକ ଓ ଗଂଜାମରୁ ୩ ଜଣ ଲେଖାଏଁ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ସେହିପରି କେରାପୁଟ, ମାଲକାନଗିରିରୁ ୨-୨, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, ନୟାଗଡ଼, ନୂଆପଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୫୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୫୦୮ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୧ ସୁସ୍ଥ first appeared on Sambad.

from କରୋନା | Sambad https://ift.tt/30q7JQK