
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮ ହଜାରରୁ ସାମାନ୍ୟ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨ରୁ ସାମାନ୍ୟ ଅଧିକ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୧୬୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୧୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୯,୫୩,୪୭୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୦,୫୮୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୩,୬୨୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୨,୭୧,୯୧୫।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୩୦,୯୭୧।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୪,୭୦,୧୦,୧୭୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୬,୮୫,୪୧୫ ଟିକା।
The post ୨୪ ଘଣ୍ଟାରେ ଭାରତରେ ୧୮,୧୬୬ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୧୪ first appeared on Sambad.from କରୋନା | Sambad https://ift.tt/2YwLEz6
0 Comments