ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ୍‌ ମହାମାରୀରୁ ୪୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ସର୍ବାଧିକ ୨୧୬ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୮୪୯କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୩୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ମୟୂରଭଂଜରୁ ୨୩, ବାଲେଶ୍ୱର, କୋରାପୁଟ, ସମ୍ବଲପୁରରୁ ୧୯ ଜଣ ଲେଖାଏଁ, ଯାଜପୁର, ପୁରୀରୁ ୧୨-୧୨ ଜଣ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ରୁ ୧୦-୧୦ ଜଣ ଓ ନୟାଗଡ଼ରୁ ୬ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ସେହିପରି ଜଗତସିଂହପୁର, କେନ୍ଦୁଝରରୁ ୪-୪ ଜଣ, ଅନୁଗୁଳ, ଭଦ୍ରକ, ଗଂଜାମରୁ ୩-୩ ଜଣ, ନୂଆପଡ଼ାରୁ ୨, ବରଗଡ଼, ରାୟଗଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୫୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୪୫୧ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୬ first appeared on Sambad.

from କରୋନା | Sambad https://ift.tt/3G4AWBf