ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୫ ହଜାରରୁ ଯଥେଷ୍ଟ ଥିବା ବେଳେ ମୃତ୍ୟୁସଂଖ୍ୟା ୨୦୦ରୁ କିଛି ଅଧିକ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୬୨୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୯୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୪୩,୨୩୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୩୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୩,୦୪୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮,୬୪୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୫,୧୪,୪୪୯।

Image Courtesy of India.com

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୫,୭୪୫।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୦,୫୯,୦୪,୫୮୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୧,୨୭,୨୭୭ ଟିକା।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୧ ତାରିଖ ସୁଦ୍ଧା ସମୁଦାୟ ୫୯,୭୦,୬୬, ୪୮୧ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୩,୨୪,୨୬୩।

The post ୨୪ ଘଣ୍ଟାରେ ଭାରତରେ ୧୫,୭୮୬ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୩୧ first appeared on Sambad.

from କରୋନା | Sambad https://ift.tt/3b2nFe1