
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 7th November
New Positive Cases: 276
Of which 0-18 years: 55
In quarantine: 159
Local contacts: 117(Details of local contacts will be shared by concerned District)
1. Balasore: 15
2. Bhadrak: 3
3. Balangir: 4
4. Cuttack: 17
5. Dhenkanal: 10
6. Gajapati: 8— I & PR Department, Odisha (@IPR_Odisha) November 8, 2021
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୫ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୪ ଜଣ, କଟକରୁ ୧୭ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୮ ଜଣ, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୧୦ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୬ ଜଣ, ଖୋର୍ଦ୍ଧାରୁ ୧୩୮ ଜଣ, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୬ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୩ ହଜାର ୭୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୨ ହଜାର ୧୪୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩ ହଜାର ୧୩୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
from କରୋନା | Sambad https://ift.tt/2YuPDg4
0 Comments