ଭୁବନେଶ୍ୱର: ରାଜ୍ୟରେ ଆଜି ୩୧୭ ଜଣ ଆକ୍ରାନ୍ତ କରୋନା ଭାଇରସ୍ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୩ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୩୪୪ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୩୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ବଲାଙ୍ଗୀର ଜିଲ୍ଲାରୁ ୧୫, ମୟୂରଭଂଜରୁ ୧୩, ସମ୍ବଲପୁରରୁ ୧୦, ଯାଜପୁରରୁ ୯, କେନ୍ଦ୍ରାପଡ଼ାରୁ ୮, ସୁନ୍ଦରଗଡ଼ରୁ ୬, ବାଲେଶ୍ୱର, ଜଗତସିଂହପୁର ଓ ପୁରୀରୁ ୫ ଜଣ ଲେଖାଏଁ କରୋନାରୁ ସୁସ୍ଥ ହୋଇଛନ୍ତି।
ସେହିପରି ଭଦ୍ରକ, କୋରାପୁଟ, ନୂଆପଡ଼ା, ରାୟଗଡ଼ାରୁ ୩-୩ ଜଣ, ଗଂଜାମରୁ ୨ ଜଣ, ଝାରସୁଗୁଡ଼ା, କଳାହାଣ୍ଡି, ମାଲକାନଗିରି, ନବରଂଗପୁର, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୩୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।
The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୩୧୭ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୭ first appeared on Sambad.from କରୋନା | Sambad https://ift.tt/3C5qd6l
0 Comments