
ଭୁବନେଶ୍ୱର: ରାଜ୍ୟରେ ଆଜି ୩୦୮ ଜଣ ଆକ୍ରାନ୍ତ କରୋନା ଭାଇରସ୍ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୯ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୬୫୨ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୨୨ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଯାଜପୁରରୁ ୯, ଢେଙ୍କାନାଳ, କେନ୍ଦ୍ରାପଡ଼ା, ସମ୍ବଲପୁରରୁ ୮-୮ ଜଣ, ଜଗତସିଂହପୁରରୁ ୭, ନୟାଗଡ଼ରୁ ୬, ପୁରୀରୁ ୫, ସୁନ୍ଦରଗଡ଼ରୁ ୪, ବାଲେଶ୍ୱର, ଗଂଜାମ, ମୟୂରଭଂଜରୁ ୩-୩ ଜଣ, ଗଜପତି, କଳାହାଣ୍ଡି, ରାୟଗଡ଼ାରୁ ୨ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, ଦେବଗଡ଼, କନ୍ଧମାଳ, ନୂଆପଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୪୨ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୩୦୮ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୯ first appeared on Sambad.from କରୋନା | Sambad https://ift.tt/3HfeeGW
0 Comments