
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୧ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩୦୦ ମଧ୍ୟରେ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୪୫୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୬୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୩,୬୬,୯୮୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୬୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୧,୦୫୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩,୨୦୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୭,୬୩,୧୦୪।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୪୨,୮୨୬। ୨୬୨ ଦିନ ମଧ୍ୟରେ ଏହା ହେଉଛି ଦେଶରେ ସବୁଠୁ କମ୍ ସକ୍ରିୟ ସଙ୍କ୍ରମଣ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୮,୪୭,୨୩,୦୪୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୨୩,୮୪,୦୯୬ ଡୋଜ୍ ଟିକା।
‘ଆଇସିଏମ୍ଆର୍’କହିବା ଅନୁସାରେ, ନଭେମ୍ବର ୭ ତାରିଖ ସୁଦ୍ଧା ସମୁଦାୟ ୬୧,୫୭,୫୫,୮୦୫ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୮,୭୦,୦୫୮ଟି ନମୁନା।
The post ୨୪ ଘଣ୍ଟାରେ ଭାରତରେ ୧୧,୪୫୧ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୬୬ first appeared on Sambad.from କରୋନା | Sambad https://ift.tt/3BSlLrC
0 Comments