ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୧ ହଜାରରୁ କିଛି କମ୍‌ ଥିବା ବେଳେ ମୃତ୍ୟୁସଂଖ୍ୟା ୪୦୦ ପାଖାପାଖି ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୯୨୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ  ୩୯୨ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୩,୪୪,୬୮୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୯୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୦,୨୬୫ରେ ପହଞ୍ଚିଛି।

Image Courtesy Scroll.in

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦,୯୨୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୭,୩୭,୪୬୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୪୬,୯୫୦।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୭,୯୨,୧୯,୫୪୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।  ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୨୧,୭୩,୪୩୦ ଡୋଜ୍‌ ଟିକା।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ନଭେମ୍ବର ୫ ତାରିଖ ସୁଦ୍ଧା ସମୁଦାୟ ୬୧,୩୯,୬୫,୭୫୧ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୮,୧୦,୭୮୩ଟି ନମୁନା।

The post ୨୪ ଘଣ୍ଟାରେ ଭାରତରେ ୧୦,୯୨୯ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୩୯୨ first appeared on Sambad.

from କରୋନା | Sambad https://ift.tt/3BKKWMJ