ଭୁବନେଶ୍ୱର: ରାଜ୍ୟରେ ଆଜି ୨୦୫ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୯ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୫୦୫ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଭଦ୍ରକ ଜିଲ୍ଲାରୁ ୨୨ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ୨୧, କଟକରୁ ୧୬, ବାଲେଶ୍ୱରରୁ ୧୩, ଯାଜପୁରରୁ ୮, ବଲାଙ୍ଗୀରରୁ ୭, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ରୁ ୬ ଜଣ ଲେଖାଏଁ, ମାଲକାନଗିରି, ମୟୂରଭଂଜରୁ ୫-୫ ଜଣ, ରାୟଗଡ଼ାରୁ ୪, ଗଂଜାମ, ପୁରୀରୁ ୩ ଜଣ ଲେଖାଏଁ, ବରଗଡ଼, ଝାରସୁଗୁଡ଼ାରୁ ୨-୨, ଦେବଗଡ଼, କେରାପୁଟ, ସୁବର୍ଣ୍ଣପରୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୧୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୦୫ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୯ first appeared on Sambad.

from କରୋନା | Sambad https://ift.tt/3Cg7CV2