ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୦ ହଜାରରୁ ଟିକେ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪୦୦ରୁ ଅଧିକ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୪୨୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ  ୪୪୩ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୨,୯୬,୨୩୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୪୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୮,୮୮୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫,୦୨୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୬,୮୩,୫୮୧।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୫୩,୭୭୬। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୬,୮୫,୭୧,୮୭୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

The post ୨୪ ଘଣ୍ଟାରେ ଭାରତରେ ୧୦,୪୨୩ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୪୪୩ first appeared on Sambad.

from କରୋନା | Sambad https://ift.tt/3jZE2Nn