ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 10th November
New Positive Cases: 271
Of which 0-18 years: 60
In quarantine: 158
Local contacts: 113(Details of local contacts will be shared by concerned District)
1. Balasore: 14
2. Bhadrak: 2
3. Balangir: 1
4. Cuttack: 23
5. Deogarh: 8
6. Dhenkanal: 5— I & PR Department, Odisha (@IPR_Odisha) November 11, 2021
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୪ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୨୩ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୫ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୧୦ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଖୋର୍ଦ୍ଧାରୁ ୧୧୨ ଜଣ, ମାଲକାନଗିରିରୁ ୫ ଜଣ, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୬ ଜଣ, ସମ୍ୱଲପୁରରୁ ୨୦ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୪ ହଜାର ୬୯୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୩ ହଜାର ୩୪୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ହଜାର ୯୩୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
from କରୋନା | Sambad https://ift.tt/3qojQsJ
0 Comments